ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି: ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

17 hours ago 1
.

ପୁରୀ: କାର୍ତ୍ତିକ କୃଷ୍ଣପକ୍ଷ ନବମୀ ତିଥିରେ ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ବାର ସମ୍ପୂର୍ଣ ବନ୍ଦ ରହିଥାଏ ତିନି ଦାରୁ ମୂର୍ତିଙ୍କ ମୁଖମଣ୍ଡଳ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

Read Entire Article