ଜଳିଗଲା ୪ମହଲା ଷ୍ଟେସନାରୀ ଦୋକାନ; ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

16 hours ago 1
.

SamajaDigital (SS)

ବାଲେଶ୍ୱର: ବାଲେଶ୍ୱର ଜିଲା ଟାଉନ ଥାନା ସିନେମା ଛକରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ୪ମହଲା ଷ୍ଟେସନାରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବାରୁ ୪ରୁ ୫କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ଆଜି ଭୋର ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି । ସର୍ଟି ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଘଟିବା ପରେ ଉପର ମହଲାରେ ବାଣ ଗଚ୍ଛିତ ଥିବାରୁ ନିଆଁ ଅଧିକ ବ୍ୟାପିଥିଲା । ନିଆଁ ଲାଗିବାରୁ ଦୋକାନରେ ଥିବା ସମସ୍ତ କସମେଟିକ୍ସ, ଗିଫ୍ଟ ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି ।

Previous article

Read Entire Article