ମହିଳାକାର୍ଡ ଖେଳିଲା ବିଜେଡ଼ି, ନୂଆପଡ଼ା ଆସନ ପାଇଁ ଜୟ ଆଉ ଘାସିରାମଙ୍କୁ ଟକ୍କର ଦେବେ ସ୍ନେହାଙ୍ଗିନୀ

7 hours ago 1
.

ସରିଲା ବିଜେଡ଼ିର ଅଙ୍କ କଷା ନୂଆପଡ଼ା ଆସନରୁ ଲଢ଼ିବେ ସ୍ନେହାଙ୍ଗିନୀ,

CELLNET

ଭୁବନେଶ୍ୱର : ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜୁ ଜନତା ଦଳର ନୂଆପଡା ପ୍ରାର୍ଥୀ । ସ୍ନେହାଙ୍ଗିନୀଙ୍କ ନାମରେ ମୋହର ମାରିଲେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ । ବିଜୁ ଜନତା ଦଳ (ବିଜେଡି) ଆଜି ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି। ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି।

ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖରେ ଏଠାରେ ମତଦାନ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ଆଜି କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ପ୍ରାର୍ଥିପତ୍ର ଦାଖଲ କରିବେ। ଏହାରି ମଧ୍ୟରେ ବିଜୁ ଜନତା ଦଳର ପ୍ରାର୍ଥି କିଏ ‌ହେବେ ସେନେଇ ଘୋଷଣା ଜୋରଦାର ଚର୍ଚ୍ଚା ଚାଲିଥିଲା।

ସୂଚନାଯୋଗ୍ୟ, ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ‌ଘୋଷଣା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ନିବାସରେ ଏକ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଥିଲେ । ଏଥି ପାଇଁ ଦଳର ବରିଷ୍ଠ ନେତାଙ୍କୁ ଡାକିଥିଲେ। ସେହି ବୈଠକ ପରେ ଏହି ଘୋଷଣା କରାଯାଇଛି । ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜୁ ଜନତା ଦଳର ନୂଆପଡା ପ୍ରାର୍ଥୀ ।

Read Entire Article